କୁଜଙ୍ଗ,୧୭/୬ : ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା। ବନ୍ଦ ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର। ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତର୍ଗତ ସନ୍ତରା ଗ୍ରାମରେ ଏହି ଅଘଟଣ ଘଟିଛି।
ସୂଚନାନୁଯାୟୀ, ମଙ୍ଗଳବାର ସକାଳେ ସନ୍ତରା ଗାଁର ପ୍ରଶାନ୍ତ ପରିଡ଼ାଙ୍କ ପୁଅ ଦୁର୍ଗାଦତ୍ତ ପରିଡ଼ାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ କୁଜଙ୍ଗ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଅନଲାଇନ୍ ଗେମ୍ ଖେଳିବା ଯୋଗୁଁ ସେ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ପରିବାର ଲୋକ ସନ୍ଦେହ କରୁଛନ୍ତି।