ପ୍ରମୂଖ ଖବର
  • ଜୟସ୍ୱାଲ ଏବଂ ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ, ପନ୍ତ ଆହତ: ଟିମ୍ ଇଣ୍ଡିଆର ସ୍କୋର ୨୬୪/୪
  • ||
  • Myntra ବିରୋଧରେ ମାମଲା ରୁଜୁ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଫେମା ଆଇନ୍ ଉଲ୍ଲଂଘନ ଅଭିଯୋଗ
  • ||
  • ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ୨ ବାଟାଲିଅନ ଗଠନକୁ ମଞ୍ଜୁରି, ୨୦୮୦ ନୂତନ ପଦବୀ ସୃଷ୍ଟି
  • ||
  • କଟକର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ, ICC ରିପୋର୍ଟ ନଦେଲେ ହେବ କାର୍ଯ୍ୟାନୁଷ୍ଠାନ
  • ||
  • ରକ୍ଷାବନ୍ଧନରେ ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ଲକ୍ଷେ ୮୮ ହଜାର ମହିଳାଙ୍କୁ ପୁଣି ସୁଯୋଗ
  • ||
  • ବଲାଙ୍ଗୀର : ମଦଭାଟିରେ ପହଲବାନଙ୍କୁ ହତ୍ୟା ଅଭିଯୋଗ, ତଦନ୍ତ କରୁଛି ପୁଲିସ
  • ||
  • ଗୁରୁବାର ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଗ୍ୱାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା; ୪ ମୃତ, ୬ ଆହତ
  • ||
  • ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି, ଆକାଶପଥକୁ କଡ଼ାକଡ଼ି କଲେ ଦୁଇଦେଶ
  • ||
  • ଗୁରୁବାର ସୃଷ୍ଟି ହେବ ଲଘୁଚାପ : ୨୮ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଆଜିଠୁ ଚତୁର୍ଥ ଟେଷ୍ଟ : ଓଲ୍ଡ ଟ୍ରାଫୋର୍ଡରେ ଭାରତ ପାଇଁ 'କର ବା ମର', ସିରିଜ ବିଜୟ ଲକ୍ଷ୍ୟରେ ଇଂଲଣ୍ଡ
  • ||
  • ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

Published By : Gurupada Nath | July 23, 2025 8:41 PM

ମାଲକାନଗିରି/ମାଥିଲି, ୨୩/୭ : ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ବୁରୁଡ଼ିଗୁଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଭାଲୁ ଆକ୍ରମଣରେ ଜନୈକ ଯୁବକ ଗୁରୁତର ହୋଇପଡ଼ିଛନ୍ତି । ଯୁବକ ଜଣଙ୍କ ହେଲେ ବୁରୁଡିଗୁଡା ଗ୍ରାମର ଚୈତନ୍ୟ ନାୟକ । 

ସୂଚନା ଅନୁସାରେ, ଚୈତନ୍ୟ ମଧ୍ୟ ରାତିରେ ନିକସ୍ଥ ପଡିଆକୁ ଶୌଚ ହେବାକୁ ଯାଇଥିଲେ । ସେ ଶୌଚ ହେଉଥିବାବେଳେ ହଠାତ୍ ଗୋଟିଏ ଭାଲୁ ଚୈତନ୍ୟଙ୍କ ଉପରକୁ ଝାମ୍ପ ମାରିଥିଲା । ଉଭୟଙ୍କ ମଧ୍ୟରେ କିଛି ସମୟ ସଂଘର୍ଷ ହୋଇଥିଲା। ଫଳରେ ଯୁବକ ଜଣଙ୍କ ଚିତ୍କାର କରିଥିଲେ । ଗାଁ ଲୋକେ ପହଁଚିଯିବାରୁ ଭାଲୁଟି ପାଖ ଜଙ୍ଗଲକୁ ଦୌଡ଼ି ପଳାଇଥିଲା। ପରେ ପରିବାର ଲୋକ ତାଙ୍କୁ ଉଦ୍ଧାର କରି ତୁରନ୍ତ ମାଥିଲି ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ । ଡାକ୍ତର ଦେଖି ସାରିବା ପରେ ଦୁଇଟି ଆଖିରେ ଅଧିକ କ୍ଷତ ହୋଇଥିବା ଜଣାପଡ଼ିଛି । ତାଙ୍କ ସ୍ବାସ୍ଥ୍ୟ ଅଧିକ ସଙ୍କଟାପନ୍ନ ହେବାରୁ ଉନ୍ନତ ମାନର ଚିକିତ୍ସା ପାଇଁ କୋରାପୁଟ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.