ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ବସ-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା : ଯୁବକ ମୃତ, ଦୁଇ ଗୁରୁତର

Published By : Suraj Kumar | November 14, 2024 3:58 PM

ବାଙ୍ଗିରିପୋଷି,୧୪/୧୧: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।ବସ ଓ ବାଇକ ମଧ୍ୟରେ ମୁହାଁ ମୁଁହି ଧକ୍କା ହେବା ଫଳରେ ଜଣେ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। 

ପ୍ରାପ୍ତ ସୂଚନା ମୁତାବକ,  ଯୋଶଦା ନାମକ ଏକ ବସ ଦ୍ୱାରଶୁଣି ଘାଟି ପଟୁ ବାଙ୍ଗିରିପୋଷି ବସଷ୍ଟାଣ୍ଡ ଅଭିମୁଖେ ଆସୁଥିଲା। ବାଙ୍ଗିରିପୋଷି କଲିକତା ଛକ ନିକଟରେ ବାଇକ କୁ ଧକ୍କା ଦେଇ ଘୋଷାଡି ନେଇଥିଲା ବସ।  ଫଳରେ ବାଇକ୍ ରେ ଥିବା ତିନି ଜଣ ମଧ୍ୟରୁ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଦୁଇ ଗୁରୁତର ହୋଇଛନ୍ତି। ମୃତକ ସ୍ଥାନୀୟ ଅଞ୍ଚଳର ଯୁବକ ବୋଲି ଜଣାପଡିଛି । ବାଙ୍ଗିରିପୋଷି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.