ପ୍ରମୂଖ ଖବର
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

କେନାଲରେ ବୁଡି ଯୁବକଙ୍କ ମୃତ୍ୟୁ

Published By : Suraj Kumar | April 27, 2025 10:43 PM

ମୋରଡା,୨୭।୪ : ମୟୂରଭଞ୍ଜ ଜିଲ୍ଲା ଶୁଳିଆପଦା ଥାନା ଅନ୍ତର୍ଗତ ଧରମପୁରା ଗ୍ରାମ ଦେଇ ଯାଇଥିବା ସୁବର୍ଣ୍ଣରେଖା କେନାଲ ପାଣି ରେ ବୁଡି ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ହେଲେ ଧରମପୁରା ଗ୍ରାମ ର ରାଜେନ୍ଦ୍ର ମାରାଣ୍ଡି ।

ଶନିବାର ଧରମପୁରା ଗ୍ରାମର ରାଜେନ୍ଦ୍ର ମାରାଣ୍ଡି ଦିନ ବେଳେ ଗାଧେଇବା ପାଇ ଘରୁ ବାହାରି ଆସିଥିଲେ । କିନ୍ତୁ ଆଉ ଘର କୁ ଫେରିନଥିଲେ  । ପରିବାର ଲୋକେ ଏଣେ ତେଣେ ଖୋଜାଖୋଜି କରିଥିଲେ ସୁଦ୍ଧା ରାଜେନ୍ଦ୍ର ଙ୍କୁ ପାଇନଥିଲେ । ତେବେ ରବିବାର  ଧରମପୁରା ସୁବର୍ଣ୍ଣରେଖା କେନାଲ ପାଣି ରେ ଜଣେ ଭାସୁଥିବା ସ୍ଥାନୀୟ ଲୋକେ ଦେଖି ପୋଲିସ କୁ ଖବର ଦେଇଥିଲେ । କାଳବୈଶାଖୀ ବର୍ଷା ଯୋଗୁଁ କେନାଲରେ ପାଣି ବଢ଼ିଥିବା ଯୋଗୁଁ ଏଭଳି ଘଟଣା ଘଟିଛି ବୋଲି ଜଣାପଡିଛି । ଖବର ପାଇ ଶୁଳିଆପଦା ଥାନା ଅଧିକାରୀ ସତ୍ୟନାରାୟଣ ବଳ ଘଟଣାସ୍ଥଳରେ ପହଞ୍ଚି ବାରିପଦା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀ କେନାଲ ପାଣି ରୁ ରାଜେନ୍ଦ୍ରଙ୍କ ମୃତଦେହ ଉଦ୍ଧାର କରିଥିଲେ । ପରେ ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲକୁ ପଠାଇଛନ୍ତି l ଏନେଇ ଶୁଳିଆପଦା ଥାନାରେ ଏକ ଅପମୃତ୍ୟ ମାମଲା ରୁଜୁ ହୋଇଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.