ପ୍ରମୂଖ ଖବର
  • ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ଅପ୍‌ଡେଟ୍, ଭୁବନେଶ୍ୱରରେ ନୂଆ ଢ଼ାଞ୍ଚାରେ ହେବ ମେ​‌ଟ୍ରୋ କରିଡ଼ର
  • ||
  • ଇଟାଲୀର ଲାମ୍ପେଡୁସା ଦ୍ୱୀପରେ ବୁଡ଼ିଲା ପ୍ରବାସୀ ଡଙ୍ଗା; ୨୬ ମୃତ, ୧୨ ନିଖୋଜ
  • ||
  • ଗଞ୍ଜାମ : ବିଷାକ୍ତ ସାପ କାମୁଡାରେ ମାଇଁ ଓ ଭାଣିଜୀ ମୃତ
  • ||
  • କଟକ : କେନାଲ ପାଣିରେ ଭାସିଯାଇ ନିଖୋଜ ହୋଇଥିଲେ ଛାତ୍ରୀ, ଉଦ୍ଧାର ହେଲା ମୃତଦେହ
  • ||
  • ଭିସୁଟ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍, ପ୍ରଥମ ବର୍ଷ ଛାତ୍ରୀ ପିନ୍ଧିବେ ସାଲଓ୍ୱାର- କୁର୍ତ୍ତା, ପ୍ୟାଣ୍ଟ, ସାର୍ଟ ପିନ୍ଧିବେ ଛାତ୍ର
  • ||
  • କଂଗ୍ରେସର "ଭୋଟ୍‌ ଚୋର, ଗାଦି ଛାଡ଼' ଶୋଭାଯାତ୍ରା, ସନ୍ଧ୍ୟାରେ ଆୟୋଜିତ ହେବ ମଶାଲ ରାଲି
  • ||
  • କେନ୍ଦୁଝର : ଶୋଇଥିବା ବେଳେ ଦଂଶିଲା ସାପ, ଚାଲିଗଲା ମାଆ ପୁଅଙ୍କ ଜୀବନ
  • ||
  • ବଲାଙ୍ଗୀର : ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି, ଧରାପଡ଼ିବାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିସ୍ତୁକ ମାଡ଼
  • ||
  • ଚାଷକୁ ଡବଲ୍‌ ଲଘୁଚାପ ଭରସା: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ଆଲର୍ଟ, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
  • ||

ଚୁଆରେ ବୁଡି ଯୁବକ ମୃତ

Published By : Suraj Kumar | August 13, 2025 10:44 PM

ମାଲକାନଗିରି/ମାଥିଲି,୧୩।୮ (ଆପ୍ର): ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ମେକା ପଞ୍ଚାୟତ ଅନ୍ତର୍ଗତ ପୂଜାରିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି  । ଚୁଆରେ ବୁଡି ଜଣେ ଯୁବକର ମୃତ୍ୟୁ ଘଟିଛି।  ମୃତ ଯୁବକ ଜଣକ ହେଲେ ପୁଜାରୀଗୁଡାର ଗ୍ରାମର ସୋନୁ ଗୌହ। 

ପୂଜାରୀଗୁଡା ଗ୍ରାମର ସୋନୁ ଗୌଡ (୩୦) ନିଜ ଗ୍ରାମ ନିକଟରେ ଥିବା  ଚୁଆରେ ପଡ଼ି ମୃତ୍ୟୁ ଘଟିଥିଲା। ଏହାକୁ କିଛି ଗ୍ରାମବାସୀ ଦେଖିବା ପରେ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଓ ସମ୍ପର୍କୀୟମାନେ ପହଞ୍ଚି ମୃତ ଶରୀରକୁ ଉଦ୍ଧାର କରିଥିଲେ। ଏପରି ଦୁଃଖଦ ଖବର ପାଇ ମାଥିଲି ବିଜେଡି ବ୍ଲକ ସଭାପତି ସଦାଶିବ ପୁଜାରୀ ଘଟଣା ସ୍ଥଳରେ ପହଞ୍ଚି ମାଥିଲି ପୁଲିସକୁ ଖବର ଦେଇଥିଲେ। ସଙ୍ଗେ ସଙ୍ଗେ ମାଥିଲି ପୁଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ମାଥିଲି ଉପଖଣ୍ଡ ଚିକିତ୍ସାଳୟକୁ ପଠାଇ ଥିଲେ।  ଶବ ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ପୁରା ଗାଁରେ ଶୋକାକୁଳ ପରିବେଶରେ ଶବ ସତ୍କାର ସମ୍ପନ୍ନ କରାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.