ପ୍ରମୂଖ ଖବର
  • ସାଲେପୁର : ବିଦ୍ୟାଳୟରେ ପାଠ ପଢାଇଲେ ଜିଲ୍ଲାପାଳ, ବୁଲି ଦେଖିଲେ ବିଜ୍ଞାନ ଲାବୋରେଟୋରୀ
  • ||
  • ଛତ୍ରପୁର : କାରାଗାରରେ ବିଚରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଆଠଗଡ : ଗଣେଶ ଭସାଣରେ ଛୁରା ମାଡ; ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ଵର : ବଡ଼ବଡ଼ିଆଙ୍କ କବଜାରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁ, ସାଧାରଣ ଏବଂ ଗରିବ ରୋଗୀଙ୍କ ପାଇଁ କବାଟ ବନ୍ଦ
  • ||
  • ଭଞ୍ଜନଗର : ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କୋଣାର୍କ : ମାନସିକ ବିକୃତ ଥିବା ବୃଦ୍ଧଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରିରେ ସୁଧୁରୁଛି ବନ୍ୟାସ୍ଥିତି, ସମୀକ୍ଷା କଲେ ଦୁଇ ବରିଷ୍ଠ ଅଧିକାରୀ
  • ||

ପାରିବାରିକ କଳହ : ବିଷ ପିଇ ଯୁବକଙ୍କ ଆତ୍ମହତ୍ୟା

ଫିରିଙ୍ଗିଆ,୨୩।୮   ପାରିବାରିକ କଳହକୁ ନେଇ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଂଚଳରେ ବିଷ ଖାଇ ଜଣେ ଯୁବକ ଆତ୍ମହତ୍ୟା କରିଛି। ମୃତ ବ୍ୟକ୍ତି ଜଣକ ଫିରିଙ୍ଗିଆ ଥାନା କାସିନିପଦର ପଂଚାୟତ ମାଝିପଡ଼ା ଗାଁର  ଘନଶ୍ୟାମ ଦିଗାଲ I 

ଗତ ୧୯ ତାରିଖ ରାଖୀ ପୂର୍ଣ୍ଣିମାରେ  କୌଣସି କାରଣକୁ ନେଇ ଘନଶ୍ୟାମଙ୍କ ତାଙ୍କ ପରିବାର ମଧ୍ୟ୍ୟରେ ବଚସା ହୋଇଥିଲାI ଏହାକୁ ନେଇ ଯୁବକ ଜଣକ ବିଷ ପିଇ ଦେଇଥିଲେ  I ପରେ ପରିବାର ଲୋକେ ତାଙ୍କୁ ପ୍ରଥମେ ଫିରିଙ୍ଗିଆ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା I ତେବେ ଶୁକ୍ରବାର ବିଳମ୍ବିତ ରାତିରେ ଫୁଲବାଣୀ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା I ତେବେ  ଖବର ପାଇ ପାଇ ଫିରିଙ୍ଗିଆ ଥାନା ଅଧିକାରୀଙ୍କ ନିର୍ଦେଶ କ୍ରମେ ଏଏସଆଇ ଶ୍ରୀକାନ୍ତ ପାତ୍ର ମେଡିକାଲରେ ପହଂଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇ ପଠେଇଛନ୍ତି I ଅନ୍ୟପଟେ ଘଟଣାକୁ ନେଇ ଫିରିଙ୍ଗିଆ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ଗୋପୀନାଥ ପ୍ରଧାନ ସୂଚନା ଦେଇଛନ୍ତିI

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.