ପ୍ରମୂଖ ଖବର
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ପୂର୍ବ ଶତ୍ରୁତାକୁ ନେଇ ହୋଲି ଖେଳ ବେଳେ ଆକ୍ରମଣ: ଯୁବକ ମୃତ, ଅଭିଯୁକ୍ତ ଗିରଫ

Published By : Prameya | March 15, 2025 6:27 PM

ସମ୍ବଲପୁର,୧୫।୩ : ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀରେ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ । ହୋଲି ଖେଳିବା ପରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା । ମୃତ ଯୁବକ ଜଣକ ହେଲେ  ଆଦିତ୍ୟ ସାଲମା । 

ହୋଲି ଖେଳିବା ପରେ ପୂର୍ବ ଶତ୍ରୁତାକୁ ନେଇ ଆଦିତ୍ୟ ସାଲମାଙ୍କ ସହ  ସାହୁଲଙ୍କ  ବିବାଦ ଆରମ୍ଭ ହୋଇଥିଲା।  ଏହାକୁ ନେଇ  ସାହୁଲ ଆଦିତ୍ୟ ସାଲମାକୁ ଛୁରୀ ଭୁସି ହତ୍ୟା କରିଥିଲେ।  ତେବେ ହତ୍ୟା ପରେ  ଆଦିତ୍ୟଙ୍କ ମୃତଦେହ ଜିଲ୍ଲା ସଦର ମେଡିକାଲରେ ରଖାଯାଇଛି। ପରିସ୍ଥିତି   ଉତ୍ତେଜନା  ଥିବାରୁ   ହସ୍ପିଟାଲ  ପରିସରରେ ବ୍ୟାପକ ପୋଲିସ ମୂତୟନ ହୋଇଛନ୍ତି । ତେବେ ଆଦିତ୍ୟଙ୍କୁ ଘରୁ ଡାକିନେଇ ହତ୍ୟା କରାଯାଇଥିବା ମୃତକଙ୍କ ମା’ ଓ ଭଉଣୀ ଅଭିଯୋଗ କରିଛନ୍ତି । ଅନ୍ୟପଟେ ପୋଲିସ ଅଭିଯୁକ୍ତ ସାହୁଲ ସିଂକୁ ଗିରଫ କରିଥିବାବେଳେ ହତ୍ୟାରେ ବ୍ୟବହୃତ ଛୁରୀ ଜବତ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.