ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଟ୍ରେନ୍‌ରୁ ପାଲ ଚୋରି କରୁଥିଲେ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ

Published By : Harapriya Sethi | February 14, 2025 11:03 AM

ଭୁବନେଶ୍ୱର,୧୪/୦୨: କୋଇଲା ବୋଝେଇ ଟ୍ରେନ୍‌ରୁ ପାଲ ଚୋରି କରିବା ବେଳେ ଅଘଟଣ । ଟ୍ରେନ୍‌ ଉପରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜିଅନ୍ତା ଜଳିଗଲେ ଯୁବକ । ଯୁବକଙ୍କ ପରିଚୟ ମିଳି ନଥିବା ବେଳେ ସେ ଛ ଗାଁର ବାସିନ୍ଦା ବୋଲି ସନ୍ଦେହ କରାଯାଉଛି । କଟକ ଜିଲ୍ଲା ଗୁରୁଡ଼ିଝାଟିଆ ରେଳ ଷ୍ଟେସନ୍ ନିକଟ ପାର୍କିଂରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଶୁକ୍ରବାର ସକାଳ ସମୟରେ ଜଣେ ଯୁବକ କୋଇଲା ବୋଝେଇ ଟ୍ରେନ୍‌ରୁ ପାଲକୁ ଚୋରି କରିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ଫଳରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟଣା ସ୍ଥଳରେ ଜୀବନ୍ତ ଦଗ୍ଧ ହୋଇ ଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଦୌଡ଼ି ଆସିଥିଲେ । ଲୋକେ ଆସି ପହଞ୍ଚିଲା ବେଳକୁ ଯୁବକଙ୍କ ଅର୍ଦ୍ଧ ଦଗ୍ଧ ଶରୀର ହୁତୁହୁତୁ ହୋଇ ଜଳୁଛି । ଏହା ଦେଖି ତୁରନ୍ତ ରେଲୱେ ପୋଲିସ ଏବଂ ରେଲ ବିଭାଗର ଅଧିକାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ରେଲୱେ ପୋଲିସ ଏବଂ ରେଳ ବିଭାଗର ଅଧିକାରୀ ତଦନ୍ତ ଆରମ୍ଭ କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.