ପ୍ରମୂଖ ଖବର
  • ପଶ୍ଚିମବଙ୍ଗ ଅଶାନ୍ତ ! ଗତ ୨୪ ଘଣ୍ଟାରେ ଦୁଇ ଜଣ ଟିଏମସି ନେତାଙ୍କୁ ହତ୍ୟା
  • ||
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ଶୋଇଥିବା ବେଳେ କାମୁଡ଼ିଲା ସାପ, ଚାଲିଗଲା ଯୁବକଙ୍କ ଜୀବନ

Published By : Harapriya Sethi | June 29, 2025 3:06 PM

ରାଉରକେଲା,୨୯/୬: ସାପ କାମୁଡ଼ାରେ ଗଡ଼ିଲା ମୁଣ୍ଡ । ସୁନ୍ଦରଗଡ଼ ଜିଲ୍ଲା ବଣେଇ ଉପଖଣ୍ଡ କ. ବଲାଙ୍ଗ ଥାନା ନୂଆତନ୍ତରା ଗାଁରେ ସାପ କାମୁଡାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶୁକଦେବ ନାଏକ ।

ସୂଚନା ମୁତାବକ, ନୂଆତନ୍ତରା ଗାଁର ଶୁକଦେବ ନାଏକ ଶନିବାର ରାତିରେ ଖାଇ ସାରି ଶୋଇଥିଲେ । ବିଳମ୍ବିତ ରାତିରେ ଶୌଚ ଲାଗି ବାହାରକୁ ଯାଇଥିଲେ। ଏହି ସମୟରେ ତାଙ୍କ ପିଠିକୁ ସାପ କାମୁଡି ଦେଇଥିଲା । ଏନେଇ ସେ ପତ୍ନୀ ମୀନାଙ୍କୁ ଜଣାଇଥିଲେ  । ମୀନା ସ୍ୱାମୀଙ୍କୁ ଚିକିତ୍ସା ଲାଗି ପ୍ରଥମେ ଲହୁଣୀପଡ଼ା ହସ୍ପିଟାଲକୁ ନେଇଥିଲେ । ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଅଧିକ ଚିକିତ୍ସା ଲାଗି ବଣେଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ରବିବାର ଚିକିତ୍ସାଧୀନ ଅବସ୍ଥାରେ ଶୁକଦେବଙ୍କ ମୃତ୍ୟୁ ହୋଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.