ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବ୍ରହ୍ମପୁର ଜେନାସାହିରେ ଦଣ୍ଡନାଚ ବେଳେ ଗଣ୍ଡଗୋଳ, ବାପା-ପୁଅଙ୍କ ଛୁରାମାଡରେ ଯୁବକଙ୍କ ମୃତ୍ୟୁ

Published By : Krishna Priya | March 31, 2025 9:08 AM

ବ୍ରହ୍ମପୁର ୩୧/୦୩: ଦଣ୍ଡ ନାଚ ବେଳେ ଅଘଟଣ। ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଜେନା ସାହିରେ ଗଣ୍ଡଗୋଳ। ବେଲ ଗାଁ କାଳୀ ମନ୍ଦିର କମିଟିର ଦୁଇଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏହି ଗଣ୍ଡଗୋଳ ମଧ୍ୟରେ ଜଣେ ଯୁବକଙ୍କ ମୃତ୍ୟୁ। ଆକ୍ରମଣକାରୀ ବାପା-ପୁଅ ଅଟକ ।

ବେଲଗାଁ ଦଣ୍ଡ ନାଚ ଯାତ୍ରାରେ ଯାତ୍ରା ଅଧିକାରୀଙ୍କ ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ । ଜଗଦୀଶ ପୂର୍ବରୁ ଏହି ଦଣ୍ଡନାଚରେ କାମ କରୁଥିଲେ । ଭୋଗ ଖାଇବାକୁ ନେଇ ଯାତ୍ରା ଅଧିକାରୀ ,ତାଙ୍କ ପୁଅଙ୍କ ସହ ଜଗଦୀଶଙ୍କ ବଚସା ହୋଇଥିଲା । ପରେ ବାପା ଓ ପୁଅ ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ଜଗଦୀଶ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସିତ ଅବସ୍ଥାରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ ଘଟଣା ସ୍ଥଳ ଓ ମେଡ଼ିକାଲରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି । ଥାନା ଅଧିକାରୀ ବାବା ଶଙ୍କର ସରାଫ ଘଟଣା ସ୍ଥଳରୁ ଆକ୍ରମଣକାରୀ ବାପା ଓ ପୁଅକୁ କାବୁ କରିଛି । ଥାନାରେ ସେମାନଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.