ପ୍ରମୂଖ ଖବର
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଛୁରା ମାଡ଼ରେ ଯୁବକର ମୃତ୍ୟୁ

Published By : Prameya | March 15, 2025 5:20 PM

ବ୍ରହ୍ମପୁର,୧୫/୩ : ଛୁରା ମାଡ଼ରେ ଯୁବକର ମୃତ୍ୟୁ। ଏଭଳି ଏକ ଘଟଣା ଘଟିଛି ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳରେ । ମୃତକ ହେଲେ କଣ୍ଟ୍ରାକ୍ଟର   ଟି.ରାମଚନ୍ଦ୍ର ପାତ୍ର।  ପପୁନ ନାମକ ଜଣେ ଯୁବକ ତାଙ୍କୁ ଛୁରୀ ଭୂଷି ହତ୍ୟା କରିଥିବା ଅଭିଯୋଗ ହୋଇଛି।  

ପ୍ରକାଶ ଯେ, ହୋଲି ଖେଳିବା ପରେ ରାମ ନିଜ ଘରେ ଅନ୍ୟ ଏକ ସାଙ୍ଗ ସହ ବସି କଥା ହେଇଥିବାବେଳେ ପପୁନ ଆସିଥିଲା । କିଛି ସମୟ ପରେ କୌଣସି କାରଣକୁ ନେଇ ପପୁନ ଓ ରାମ ମଧ୍ୟରେ ବଚସା ହୋଇଥିଲା । 

ପରେ ପପୁନ ଏକ ଛୁରୀ ସାହାଯ୍ୟରେ ରାମଙ୍କ ବେକକୁ ଆକ୍ରମଣ କରିବାରୁ ସେ ଗୁରୁତର ହୋଇପଡ଼ିଥିଲେ । ଗୁରୁତର ଅବସ୍ଥାରେ ରାମ ବଡ଼ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଏଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଅନ୍ୟପକ୍ଷରେ ମଦ ପିଇବାକୁ ନ ଦେବାରୁ ପପୁନ ଛୁରୀ ଭୂଷି ଏଭଳି କାଣ୍ଡ କରିଥିବା କୁହା ଯାଉଛି । ବର୍ତ୍ତମାନ ସ୍ଥାନୀୟ ଲୋକେ ପପୁନକୁ କାବୁ କରି ନିର୍ଧୁମ ଛେଚୁଥିବା ଜଣାପଡିଛି। ଘଟଣାସ୍ଥଳରେ ପୁଲିସ ମଧ୍ୟ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିବା ସହ ତଦନ୍ତ ଚଳାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.