ପ୍ରମୂଖ ଖବର
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ପୋଖରୀରେ ବୁଡ଼ି ଯୁବକ ମୃତ, ମୃତ୍ୟୁ ପଛର କାରଣ ଅସ୍ପଷ୍ଟ

Published By : Swapna Ray | June 30, 2025 10:23 AM

ସିମୁଳିଆ, ୩୦।୬: ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ମଇତାପୁର ଗାଁରେ ଶନିବାର ସନ୍ଧ୍ୟାଠୁ ନିଖୋଜ ଥିବା ଜଣେ ଯୁବକଙ୍କ ମୃତଦେହ ମିଳିଲା । ରବିବାର ସକାଳେ ଗାଁ ପୋଖରୀରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତଦେହକୁ ପରିବାର ଲୋକେ ସିମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିବା ପରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଛନ୍ତି । ପରେ ପରିବାର ଲୋକେ ଏ ସମ୍ପର୍କରେ ସିମୁଳିଆ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ମୃତ ଯୁବକ ଜଣକ ୩୨ ବର୍ଷୀୟ କମଳାକାନ୍ତ ସେନାପତି ବୋଲି ଜଣାପଡ଼ିଛି । 

ଶନିବାର ସନ୍ଧ୍ୟାରେ କମଳାକାନ୍ତ ନିଖୋଜ ଥିଲେ ଏବଂ ଦୀର୍ଘ ଦିନ ହେବ ସେ ପକ୍ଷାଘାତ ରୋଗରେ ପୀଡ଼ିତ ଥିଲେ ବୋଲି କହିଛନ୍ତି ପରିବାର ଲୋକ ।  ସମ୍ପର୍କୀୟ ବହୁ ଖୋଜାଖୋଜି କରିବା ସତ୍ତ୍ୱେ ତାଙ୍କୁ ପାଇନଥିଲେ । ରବିବାର ସକାଳେ ପରିବାର ଲୋକେ ଘରଠାରୁ କିଛି ଦୂରରେ ଥିବା ପୋଖରୀରୁ କମଳାକାନ୍ତଙ୍କ  ମୃତଦେହ ଭାସୁଥିବାର ଦେଖି ଉଦ୍ଧାର କରିଥିଲେ । ମୃତକଙ୍କ ବାପା ଗଜେନ୍ଦ୍ର ସେନାପତି ଏନେଇ ସିମୁଳିଆ ଥାନାରେ ଅଭିଯୋଗ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.