ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ମାଛ ଧରିବା ବେଳେ ଅଘଟଣ, କେନାଲରେ ଭାସି ଯୁବକଙ୍କ ମୃତ୍ୟୁ

Published By : Harapriya Sethi | October 26, 2024 2:12 PM

ଆନନ୍ଦପୁର,୨୬/୧୦: ମାଛ ଧରିବାକୁ ଯାଇ କେନାଲରେ ଭାସି ପ୍ରାଣ ହରାଇଲେ ଯୁବକ । ମୃତକ ଆନନ୍ଦପୁର ଥାନା ଅନ୍ତର୍ଗତ ପଇତାପାଣି ଗାଁର ଭାଗିରଥୀ ହୋ ବୋଲି ଜଣାପଡ଼ିଛି । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବାତ୍ୟା ପ୍ରଭାବରୁ ବର୍ଷା ଲାଗି ରହିଥିବା ବେଳେ କେନାଲ ଗୁଡିକରେ ଜୋର୍‌ରେ ପାଣି ପ୍ରବାହିତ ହେଉଛି । ପଇତାପାଣି ଗାଁର ଭାଗିରଥୀ ହୋ ମାଛ ଧରିବାକୁ ଗାଁ ନିକଟସ୍ଥ କେନାଲକୁ ଯାଇଥିଲେ । ସେଠାରେ ଅସାବଧାନତା କାରଣରୁ ତାଙ୍କ ଗୋଡ଼ ଖସି ଯାଇଥିଲା । ଫଳରେ ସେ କେନାଲରେ ପଡିଯାଇଥିଲେ । ତେଣୁ ସେ କେନାଲର ପାଣିରେ ଭାସି ଯାଇଥିଲେ । ଏହା ଦେଖି ଗାଁ ଲୋକେ ତାଙ୍କୁ ତୁରନ୍ତ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ । କେନାଲରୁ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ ।  ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ଏନେଇ ଆନନ୍ଦପୁର ପୋଲିସକୁ ଖବର ଦେଇଥିଲେ ଗାଁ ଲୋକେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.