ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

କେନାଲରେ ବୁଡ଼ି ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ

ସାଲେପୁର,୨୫/୦୮: କେନାଲ ପାଣିରେ ବୁଡ଼ି ପ୍ରାଣ ହରାଇଲେ ଯୁବକ । କେନାଲ ବନ୍ଧ ରାସ୍ତାରେ ଯିବା ବେଳେ ଭାରସାମ୍ୟ ହରାଇ କେନାଲକୁ ଖସି ପଡ଼ିଥିଲେ । ମୃତ ଯୁବକ ଜଣକ ସୁକାନ୍ତ କୁରାର ସେଠୀ(୨୪) ବୋଲି ଜଣା ପଡ଼ିଛି । ସାଲେପୁର ବ୍ଲକ ଅନ୍ତର୍ଗତ ଶିଶୁଆ ପଞ୍ଚାୟତ ଅଧିନସ୍ଥ ବାହାବଳପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି ।

ସୂଚନା ଅନୁଯାୟୀ, ଶନିବାର ସକାଳ ପ୍ରାୟ ୯ଟା ସମୟରେ ସୁକାନ୍ତଙ୍କ ଭାଇ ଚାଷ କାମ କରୁଥିଲେ । ଏହି ସମୟରେ ସୁକାନ୍ତ ତାଙ୍କ ଭାଇଙ୍କୁ ଜଳଖିଆ ଦେବାକୁ ବିଲକୁ ଯାଇଥିଲେ । ଭାଇଙ୍କୁ ଜଳଖିଆ ଦେଇ ସେ ତାଙ୍କର ସାଇକେଲ ଯୋଗେ ଏକ କେନାଲ ବନ୍ଧ ରାସ୍ତା ଦେଇ ଘରକୁ ଫେରୁଥିଲେ । ଏହି ସମୟରେ ଭାରସାମ୍ୟ ହରାଇ ସାଇକେଲ ସହ କେନାଲ ମଧ୍ୟକୁ ଖସି ପଡ଼ି ନିଖୋଜ ହୋଇଥିଲେ ସୁକାନ୍ତ । ଏହା ଦେଖି ସ୍ଥାନୀୟଲୋକେ କେନାଲ ଭିତରେ ପଶି ତାଙ୍କୁ ଖୋଜାଖୋଜି କରିଥିଲେ । କିଛି ସମୟ ଖୋଜିବା ପରେ ସୁକାନ୍ତଙ୍କୁ କେନାଲ ପାଣି ମଧ୍ୟରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ସେଠାରୁ ତୁରନ୍ତ ତାଙ୍କୁ ଚିକିତ୍ସା ପଇଁ ସାଲେପୁର ମେଡିକାଲକୁ ଆଣିଥିଲେ ସ୍ଥାନୀୟଲୋକେ । ସେଠାରେ ଡାକ୍ତର ସୁକାନ୍ତଙ୍କୁ ମୃତ ଘୋଷଣା କରିଥିଲେ । ସ୍ଥାନୀୟଲୋକେ ଘଟଣା ବିଷୟରେ ପୋଲିସକୁ ଅବଗତ କରାଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ପୋଲିସର ସୂଚନାନୁସାରେ, ମୃତକ ସୁକାନ୍ତ ପୂର୍ବରୁ ବାତ ରୋଗରେ ଆକ୍ରାନ୍ତ ଥିଲେ । ବାଟରେ ଆସୁଥିବା ବେଳେ ତାଙ୍କୁ ବାତ ମାରିବାରୁ ସେ କେନାଲରେ ଖସିପଡ଼ିଥିବା ପୋଲିସ ଅନୁମାନ କରୁଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.