ପ୍ରମୂଖ ଖବର
  • କେନାଲ ନିକଟରେ ଯୁବକଙ୍କ ରକ୍ତାକ୍ତ ମୃତ ଦେହ ଠାବ, ହତ୍ୟା ସନ୍ଦେହ
  • ||
  • ମଙ୍ଗଳବାର ସରିବ ଶ୍ରୀକ୍ଷେତ୍ର ସାହିଯାତ, ରାମାଭିଷେକ ସହ ରାମଲୀଳାର ଅନ୍ତ ଘଟିବ
  • ||
  • IPL 2025: ଆଜି ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ଏକାନ୍ନାରେ ପୁଣି ହେବ ରାହୁଲ ରାଜୁତି
  • ||
  • କଟକ ଗତିରାଉତପାଟଣା ନିକଟରେ ପିସିଆର ଗାଡ଼ିକୁ ଧକ୍କା ଦେଲା ହାଇୱା, ୨ ପୋଲିସ କର୍ମଚାରୀ ମୃତ, ଜଣେ ଆହତ
  • ||
  • ପଶ୍ଚିମ, ଆଭ୍ୟନ୍ତରୀଣରେ ବର୍ଷୁଛି ନିଆଁ, ୪୫ ଡିଗ୍ରୀ ଡେଇଁଲା ପାରଦ: ଆଜିଠାରୁ ଗ୍ରୀଷ୍ମ ଲହରୀ, ୨୩ରୁ ସାଂଘାତିକ ତାତି
  • ||

ହୋଲିରେ ଅଘଟଣ ; ହାତୀ ନଦୀରେ ବୁଡ଼ିଯାଇ ଯୁବକଙ୍କ ମୃତ୍ୟୁ

Published By : Prameya | March 15, 2025 9:12 PM

ଭବାନୀପାଟଣା,୧୫/୩ : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହରରେ ଶନିବାର ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ସହର ନିକଟସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ହେଲେ ବ୍ରାହ୍ମଣ ପଡ଼ାର ପ୍ରତ୍ୟୁଷ ପାଢ଼ି(୨୨) । 

ମିଳିଥିବା ସୂଚନା ଅନୁଯାୟୀ, ହୋଲି ଖେଳି ସାରିବା ପରେ ପ୍ରତ୍ୟୁଷ ନିଜ କିଛି ସାଙ୍ଗଙ୍କ ସହ ହାତୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ନଦୀରେ ଗଭୀର ଥିବା ସ୍ଥାନକୁ ଚାଲିଯାଇଥିଲା। ସେଠାରୁ ବାହାରକୁ ବାହାରି ନ ପାରି ବୁଡ଼ି ଯାଇଥିଲେ। ଖବରପାଇ ଘଟଣାସ୍ଥଳକୁ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ। ଏ ନେଇ ଜୁନାଗଡ଼ ଥାନାରେ ଏକ ଅପମୃତ୍ୟୁ ମାମଲା ନଂ(୫/୨୫) ରୁଜୁ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.