ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ମଦ୍ୟପ ଯୁବକଙ୍କ ଜଘନ୍ୟ କାଣ୍ଡ : ଘରେ ପଶି ମହିଳାଙ୍କୁ ଜାଳି ହତ୍ୟା ଉଦ୍ୟମ

Published By : Prameya | August 31, 2024 9:20 PM

ଜଟଣୀ,୩୧।୮:   ଜଟଣୀ ବ୍ଲକ  ପାଇକାରପୁରରେ ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ।  ଘରେ ପଶି ମହିଳାଙ୍କୁ ନିଆଁ ଲଗାଇ ଜାଳି ଦେବାକୁ  ଉଦ୍ୟମ କରିଛି। ପୋଡି ହୋଇ ମହିଳା ଜଣକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ମହିଳାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି  l ପୋଡି ହୋଇଯାଇଥିବା ମହିଳା ଜଣକ ହେଲେ ପ୍ରତିମା ବେହେରା। 

 ଜଟଣୀ ବ୍ଲକ  ପାଇକାରପୁରରେ ଜଣେ ନିଶାଗ୍ରସ୍ତ ଯୁବକ ଘରେ ପଶି ପ୍ରତିମାଙ୍କ ଦେହରେ ନିଆଁ ଲଗାଇ ଦେଇଥିଲେ। ଏଥିରେ ମହିଳା ଜଣକ ପୋଡିଯାଇଥିଲେ। ମହିଳାଙ୍କ ପରିବାର ଲୋକ ଉଦ୍ଧାର କରି ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି କରିଛନ୍ତି। ଖବର ପାଇ ପୋଲିସ ପହଞ୍ଚି ନିଶାଗ୍ରସ୍ତ ଯୁବକକୁ କାବୁ କରିବା ସହିତ ଘଟଣାର ଅଧିକ ତଦନ୍ତ   ଜାରି ରଖିଛି ।  ମହିଳାଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଥିବା ପରିବାର ପକ୍ଷରୁ ସୂଚନା  ଦିଆଯାଇଛି।   

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.