ପ୍ରମୂଖ ଖବର
  • ଇସ୍କନ ଅଦିନିଆ ରଥଯାତ୍ରାକୁ ନେଇ ଇସ୍କନ ଗଭର୍ଣ୍ଣିଂ ବଡି ଅଧ୍ୟକ୍ଷଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା
  • ||
  • କୋରାପୁଟ : ଜଲାପୁଟ ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା
  • ||
  • ଅଣାୟତ୍ତ ଡାଇରିଆ ସ୍ଥିତି; ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଗୃହ ଏବଂ ନଗର ଉନ୍ନୟନ ବିଭାଗର ଆଲର୍ଟ
  • ||
  • ରଥଯାତ୍ରାକୁ ନେଇ କଠୋର ହେଲେ ସରକାର, ରଥ ଉପରକୁ ଅଣସେବାୟତ ଚଢିଲେ ହେବେ ଗିରଫ
  • ||
  • ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା
  • ||
  • ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଇସ୍ରାଏଲ-ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି, ତେହେରାନରେ ପ୍ରତିରକ୍ଷା ମନ୍ତ୍ରଣାଳୟ କୋଠା ଓ ପରମାଣୁ ମୁଖ୍ୟାଳୟ ଧ୍ୱଂସ
  • ||
  • କେଦାରନାଥ ନିକଟରେ ହେଲିକପ୍ଟର୍ ଦୁର୍ଘଟଣା, ୬ ମୃତ
  • ||
  • ନାଇଜେରିଆରେ ଗୁଳିମାଡ କଲେ ବନ୍ଧୁକଧାରୀ, ୧୦୦ ଜଣଙ୍କର ମୃତ୍ୟୁ
  • ||
  • ଆଗେଇବ ମୌସୁମୀ ବାୟୁ, ୨୦ ଲଘୁଚାପରେ ଆଗକୁ ହେବ ଅଗ୍ରସର: ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ଆଲର୍ଟ
  • ||

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ମେଡ଼ିକାଲରେ ଭର୍ତ୍ତି

Published By : Gurupada Nath | May 14, 2025 9:44 PM

ଆଠଗଡ଼, ୧୪/୫ :  ଆଠଗଡ଼ ଥାନା ଅନ୍ତର୍ଗତ ହରିଡାଗହିର ଗାଁରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଗୁରୁତର ଅବସ୍ଥାରେ ଆଠଗଡ଼ ମେଡ଼ିକାଲରେ ଭର୍ତ୍ତି। ଆହତ ଯୁବକ ଜଣଙ୍କ ଉକ୍ତ ଗାଁର ଶୁରେଷ ମଲ୍ଲିକଙ୍କ ପୁଅ ମଧୁସୂଦନ (୨୬)। ତେବେ ଟଙ୍କା ଦିଆନିଆକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ଼ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି।  

ପ୍ରକାଶ ଯେ, ଆଠଗଡ଼ ଥାନା ଅନ୍ତର୍ଗତ ହରିଡାଗହିର ଗାଁର ଶୁରେଷ ମଲ୍ଲିକଙ୍କ ପୁଅ ମଧୁସୂଦନ ଲୋନ କରାଇ ଦେବା ପାଇଁ ସେହି ଗାଁର ଜଣେ ଯୁବକକୁ ଟଙ୍କା ଦେଇଥିଲେ। ତେବେ ଲୋନ ନ ହେବାରୁ ମଧୁସୂଦନ ତାଙ୍କ ଟଙ୍କା ଫେରାଇ ଦେବା ପାଇଁ କହିବାରୁ ଦୁଇ ଯୁବକଙ୍କ ମଧ୍ଯରେ କଥା କଟା କଟି ହୋଇଥିଲା। ପରେ ଏହା ଉଗ୍ର ରୂପ ଧାରଣ କରିଥିଲା। ଟଙ୍କା ନେଇଥିବା ସେହି ଗାଁର ଦାମୋଦର ମହାନ୍ତିଙ୍କ ପୁଅ ଦାଶରଥି ଏକ ଛୁରିରେ ମଧୁସୂଦନଙ୍କୁ ତିନି ଥର ଆକ୍ରମଣ କରିଥିଲେ। ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପରିବାର ଲୋକ ପହଞ୍ଚି ମଧୂସୁଦନଙ୍କୁ ଆଠଗଡ଼ ମେଡ଼ିକାଲରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା କରାଯାଇ କଟକ ବଡ଼ ମେଡ଼ିକାଲ ରେଫର କରାଯାଇଛି। ଖବରପାଇ ଆଠଗଡ଼ ମେଡ଼ିକାଲରେ ଆଠଗଡ଼ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.