ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଦୁର୍ଘଟଣାରେ ସ୍କୁଟି ଆରୋହୀ ଗୁରୁତର

Published By : Suraj Kumar | April 28, 2025 11:11 PM

ଫିରିଙ୍ଗିଆ, ୨୮/୪ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ପଞ୍ଚାୟତ ର ଶଶୀପଦର ଗାଁ ନିକଟ ଛକ ରାସ୍ତାରେ ଅଜଣା ଗାଡି ଧକ୍କାରେ ଜଣେ ସ୍କୁଟି ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଯୁବକ ଜଣକ ଫିରିଙ୍ଗିଆ ବ୍ଲକ ସାଡୀଙ୍ଗିଆ ପଞ୍ଚାୟତ କଟାପଙ୍ଗା ଗାଁର ଅଭିମନ୍ୟୁ ମୁଖି । 

କଟାପଙ୍ଗା ଗାଁର ଅଭିମନ୍ୟୁ ମୁଖି  ଫିରିଙ୍ଗିଆ ରେ ନିଜର କାମ ସାରି ନିଜ ଗାଁ କୁ ସ୍କୁଟିରେ ଫେରୁଥିଲେ। ଫିରିଙ୍ଗିଆ ନିକଟ ଶଶୀପଦର ଗାଁ ନିକଟ ଛକ ଓ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ସମୁଖ ରେ ଗୋଟିଏ ଅଜଣା ଗାଡି ଧକ୍କା ଦେଇ ଚାଲି ଯାଇଥିଲା l ଘଟଣା ସ୍ଥଳ ରେ ସ୍କୁଟି ଆରୋହୀ ଜଣକ ଗୁରୁତର ଅବସ୍ଥାରେ ପଡ଼ି ରହିଥିଲେ l ଗାଁ ଲୋକେ ଘଟଣା ସ୍ଥଳ ରେ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ଫିରିଙ୍ଗିଆ ମେଡିକାଲ କୁ ପଠାଇଥିଲେ l ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତର କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.