ପୁରୀ, ୨୫।୪ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଛୁରାମାଡ। ପୁରୀ କୁମ୍ଭାରପଡ଼ା ଥାନା ଅନ୍ତର୍ଗତ ରାମଚଣ୍ଡୀ ବାଲି ଉପର ବସ୍ତିରେ ଘଟିଛି ଘଟଣା। ଛୁରାମାଡରେ ଜଣେ ଯୁବକ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତୁରନ୍ତ ତାଙ୍କୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତ ଯୁବକ ଜଣକ ହେଉଛନ୍ତି ବାଲି ଉପର ବସ୍ତିର ଚଗଲା ନାୟକ। ଚଗଲା ଙ୍କ ବାମ ହାତ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି।

ଖବରପାଇ କୁମ୍ଭାରପଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଛୁରାମାଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ତେବେ ଆକ୍ରମଣ କରିଥିବା ଦୁର୍ବୁତ୍ତ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତ ମାନଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।