ପ୍ରମୂଖ ଖବର
  • ସାଲେପୁର : ବିଦ୍ୟାଳୟରେ ପାଠ ପଢାଇଲେ ଜିଲ୍ଲାପାଳ, ବୁଲି ଦେଖିଲେ ବିଜ୍ଞାନ ଲାବୋରେଟୋରୀ
  • ||
  • ଛତ୍ରପୁର : କାରାଗାରରେ ବିଚରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଆଠଗଡ : ଗଣେଶ ଭସାଣରେ ଛୁରା ମାଡ; ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ଵର : ବଡ଼ବଡ଼ିଆଙ୍କ କବଜାରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁ, ସାଧାରଣ ଏବଂ ଗରିବ ରୋଗୀଙ୍କ ପାଇଁ କବାଟ ବନ୍ଦ
  • ||
  • ଭଞ୍ଜନଗର : ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କୋଣାର୍କ : ମାନସିକ ବିକୃତ ଥିବା ବୃଦ୍ଧଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରିରେ ସୁଧୁରୁଛି ବନ୍ୟାସ୍ଥିତି, ସମୀକ୍ଷା କଲେ ଦୁଇ ବରିଷ୍ଠ ଅଧିକାରୀ
  • ||

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ମାଲକାନଗିରି/ଖଇରପୁଟ, ୨୬।୮(ଆପ୍ର ): ମାଲକାନଗିରି ଜିଲ୍ଲାରେ ଭାଲୁ କାମୁଡାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ଜଣକ ହେଲେ ଚେପୁଲପଡା ଗ୍ରାମର ଶ୍ୟାମଳ ସୀସା ।

ଖଇରପୁଟ ବ୍ଲକ ଅନ୍ତର୍ଗତ କଦମଗୁଡା ପଞ୍ଚାୟତରେ ଥିବା ଚେପୁଲପଡା ଗ୍ରାମର ଶ୍ୟାମଳ ସୀସା (୩୭) ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ।  ସେଠାରେ ହଠାତ ଏକ ଭାଲୁ ତାଙ୍କ ଉପରକୁ ଆକ୍ରମଣ କରିଥିଲା । ଶ୍ୟାମଳଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ  ପହଞ୍ଚି ଯିବାରୁ  ଭାଲୁଟି ସେଠାରୁ ପଳାଇ ଯାଇଥିଲା।  ଗୁରୁତର ଅବସ୍ଥାରେ ଶ୍ୟାମଳଙ୍କୁ ଲୋକେ ଉଦ୍ଧାର କରି ଖଇରିପୁଟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।  ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କୋରାପୁଟ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.