ପ୍ରମୂଖ ଖବର
  • ଯାଜପୁର : ରିଲ୍ସ ବନାଇବା ହେଲା କାଳ, ଝରଣାରେ ବୁଡି ୨ ଯୁବକ ମୃତ
  • ||
  • ଗଞ୍ଜାମ: ରାସ୍ତାରୁ ୧୦ ଫୁଟ ତଳକୁ ଖସିଲା ବାଇକ୍‌, ଯୁବକ ମୃତ
  • ||
  • ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ
  • ||
  • ରାଜଧାନୀରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ
  • ||
  • ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମହିଳା ପର୍ଯ୍ୟଟକଙ୍କୁ ମିଳିବ ସୁବିଧା
  • ||
  • ଶିକ୍ଷା ବିଭାଗର ନିର୍ଦ୍ଦେଶନାମାକୁ ଫୁ... ସ୍ଵାଧିନତା ଦିବସରେ ଦେଲେନି ମଧ୍ୟାହ୍ନ ଭୋଜନ, ୫୬ଟି ସ୍କୁଲ୍‌କୁ ନୋଟିସ୍
  • ||
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ସମ୍ବଲପୁର: ଖୋଲିଲା ହୀରାକୁଟ ଗେଟ, ୪ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଯୋବ୍ରା ବ୍ୟାରେଜରୁ ମହାନଦୀକୁ ଡେଇଁ ଯୁବକ ନିଖୋଜ

Published By : Suraj Kumar | August 23, 2025 4:30 PM

କଟକ, ୨୩।୮ :  ଯୋବ୍ରା ବ୍ୟାରେଜରୁ ଜଣେ ଯୁବକ ମହାନଦୀକୁ ଡେଇଁ ନିଖୋଜ ।  ଯୁବକ ହେଉଛନ୍ତି ନୟାଗଡ ଜିଲ୍ଲା ମାଛିପଡ଼ାର ଜଗା ଓରଫ ସନାତନ ଭାରତୀ।  ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି  ମହାନଦୀରେ ଖୋଜାଖୋଜି କରୁଛନ୍ତି। 

ବ୍ୟାରେଜ ଉପରୁ ଏକ ବ୍ୟାଗ ମିଳିଛି।  ସେଥିରେ ଥିବା କିଛି ଖାତା ରହିଛି। ଉକ୍ତ ଖାତାରେ ଜଗା ତାର ଜୀବନ ବିଷୟରେ ବହୁ କିଛି ଲେଖିଛି। ପାରିବାରିକ କାରଣରୁ ସେ ଚିନ୍ତାରେ ଥିବା ଖାତା ଲେଖାରୁ ଜଣାପଡୁଛି।  ମାଲଗୋଦାମ ଓ ଜଗତପୁର ଥାନା ପୁଲିସ ଆସି ଘଟଣା ସ୍ଥଳରେ ଉପସ୍ଥିତ ଅଛନ୍ତି।  ପାଣିରେ ସାମାନ୍ୟ ସ୍ରୋତ ଥିବାରୁ  ଅଗ୍ନିଶମ ବାହିନୀଙ୍କୁ ଖୋଜିବାରେ ଅସୁବିଧା ହେଉଛି।  ବ୍ୟାଗ ରୁ ମିଳିଥିବା ନମ୍ବରରେ ପୋଲିସ ପରିବାରକୁ ସୂଚନା ଦେଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.