PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ମୋବାଇଲ ଫୋନ୍‌ ପାଇଁ ଯୁବକଙ୍କୁ ହତ୍ୟା

ଚିତ୍ରଡ଼ା,୨୮/୦୭: ମୋବାଇଲ ଫୋନ୍‌ ଚୋରି କରିବା ଅଭିଯୋଗରେ ଯୁବକକୁ ପିଟି ମାରିଦେଲେ । ଘଟଣା ଘଟିଛି ମୟୂରଭଂଜ ଜିଲ୍ଲା ମୋରଡ଼ା ଥାନା ଅନ୍ତର୍ଗତ ଆଣୁଆ ଗ୍ରାମରେ । ନିଜ ଭଉଣୀ ଘରେ ରହି ଟୁଲୁ ପାତ୍ର (୨୨) ଟ୍ରାକ୍ଟର ଚଳାଇ ଜୀବିକା ଅର୍ଜନ କରୁଥିଲେ । ଗତ ୨୨ ତାରିଖରେ ଗ୍ରାମର ରବୀନ୍ଦ୍ର ମହାନ୍ତ ଓରଫ ହନୁ ଏକ ମୋବାଇଲ ଫୋନ ହଜିଯାଇଥିଲା । ତାହା ଟୁଲୁ ପାତ୍ର ନେଇଛନ୍ତିି ବୋଲି ସନ୍ଦେହ କରି ରବୀନ୍ଦ୍ର ସେଦିନ ରାତିରେ ତାଙ୍କୁ ଏକ ନିର୍ଜନ ସ୍ଥାନକୁ ଡାକି ନେଇଥିଲା । ପୂର୍ବରୁ ସେଠାରେ ୪ା୫ ଜଣ ଯୁବକ ମାତାଲ ଅବସ୍ଥାରେ ଥିଲେ ।

ମୋବାଇଲ ଫୋନ୍‌ ଦେଇଦେ ବୋଲି ଟୁଲୁଙ୍କୁ ଧମକାଇ ମିଳିମିଶି ମାରପିଟ୍‌ କରିଥିଲେ । ରକ୍ତାକ୍ତ ଅବସ୍ଥାରେ ଟୁଲୁ ଘରକୁ ଫେରି ଭଉଣୀ ସୁମିତ୍ରାଙ୍କ ଆଗରେ ସବୁକଥା କହିଥିଲେ । ପରେ ଟୁଲୁ ରକ୍ତ ବାନ୍ତି କରିବା ସହିତ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଥିଲା । ସନ୍ଧ୍ୟା ୮ଟା ବେଳକୁ ଟୁଲୁଙ୍କୁ ଭଉଣୀ ପରିବାର ବାରମାଇଲ କିଷାନତାଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଯାଇଥିଲେ । ଟୁଲୁଙ୍କ ଅବସ୍ଥା ସଙ୍ଗୀନ ଥିବାରୁ ଡାକ୍ତର ବାରିପଦା ପିଆର୍‌ଏମ୍‌ ମେଡିକାଲ କଲେଜ ହସ୍ପିଟାଲକୁ ପଠାଇଥିଲେ । ସେଠାରେ ଭୋର୍‌ରେ ତାଙ୍କର ମୃତ୍ୟୁ ହୋଇଥିଲା । ଶବ ବ୍ୟବଚ୍ଛେଦ ପରେ ସତ୍କାର କରାଯାଇଛି । ତାଙ୍କ ଭାଇଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ବୋଲି ଟୁଲୁଙ୍କ ଭଉଣୀ ସୁମିତ୍ରା ମୋରଡ଼ା ଥାନାରେ ଅଭିଯୋଗ କରିଛନ୍ତି । ପୁଲିସ ଘଟଣାର ଅନୁସନ୍ଧାନ କରୁଛି ।