ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଯୁବକଙ୍କୁ ପିଟିପିଟି ହତ୍ୟା, ଅଭିଯୁକ୍ତ ଫେରାର

ରାଉରକେଲା, ୧୩/୦୨ : ଯୁବକଙ୍କୁ ପିଟିପିଟି ହତ୍ୟା। ରାଉରକେଲାର ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ରେଳବାଇ କଲୋନୀର ଏକ ପରିତ୍ୟକ୍ତ ଘରେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। 

ସୂଚନାନୁଯାୟୀ, ସୋମବାର ବିଳମ୍ବିତ ରାତିରେ ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ରେଳବାଇ କଲୋନୀର ଏକ ପରିତ୍ୟକ୍ତ ଘରେ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ହେଲେ ସ୍ଥାନୀୟ ଅଞ୍ଚଳର ଅମର ତନ୍ତୀ। ଅମର ଓ ତାଙ୍କ ସାଙ୍ଗ ସୁରଜ ତନ୍ତୀଙ୍କ ମଧ୍ୟରେ ନିଶା ସେବନକୁ ନେଇ ଝଗଡ଼ା ହୋଇଥିଲା। ଏଥିରେ ରାଗି ଯାଇ ସୁରଜ ଏକ ଲୁହା ରଡ଼ରେ ଅମରଙ୍କୁ ପିଟିପିଟି ହତ୍ୟା କରିବା ପରେ ସୁରଜ ସେଠାରୁ ଫେରାର ହୋଇଯାଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.