ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଧରାକୋଟ ଖାରିଗୁମ୍ମାରେ ଯୁବକଙ୍କୁ ନିର୍ଯାତନା ଘଟଣା, ପୀଡିତଙ୍କ ପରିବାରକୁ ଭେଟିଲା ପ୍ରଶାସନ…

Published By : Ladu Kishor | June 24, 2025 6:11 PM

ଭଞ୍ଜନଗର୨୪/୬ : ଗଞ୍ଜାମ ଜିଲ୍ଲା ଧରାକୋଟ ତହସିଲ ଅନ୍ତର୍ଗତ ଖାରିଗୁମା ଗ୍ରାମରେ  ରବିବାର ଅପରାହ୍ନରେ ସିଙ୍ଗିପୁର ଗ୍ରାମର ବାବୁଲା ନାୟକ ଓ ବୁଲୁ ନାୟକଙ୍କୁ କେତେକ ବ୍ୟକ୍ତି ନିର୍ଯାତନା ଦେଇଥିବା ଘଟଣା ଜିଲ୍ଲା ପ୍ରଶାସନର ନଜରକୁ ଆସିବା କ୍ଷଣି ଜିଲ୍ଲା ପ୍ରଶାସନ ଏହାରି ଉପରେ ତ୍ବରିତ ପଦକ୍ଷେପ ନେଇଛି । ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରାଙ୍କ ନେତୃତ୍ୱରେ ଧରାକୋଟ ତହସିଲଦାର ଲମ୍ବୋଦର ମାରାଣ୍ଡି, ଅତିରିକ୍ତ ତହସିଲଦାର ଗଣେଶ୍ୱର ଦଳାଇ, ବିଡ଼ିଓ ଶୁସିଲ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ନିହାର ରଞ୍ଜନ ମହାନ୍ତି, ବ୍ଲକ ମଙ୍ଗଳ ଅଧିକାରୀ ଅନନ୍ୟା ପଣ୍ଡା,ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କାଳୁ ଚରଣ ସ୍ବାଇଁ, ରାଜସ୍ବ ନିରୀକ୍ଷକ ରଞ୍ଜନ କୁମାର ବରାଡ ପ୍ରମୁଖ ସିଙ୍ଗିପୁର ଗ୍ରାମର ବାବୁଲା ନାୟକ ଓ ବୁଲୁ ନାୟକଙ୍କ ପରିବାରକୁ ଭେଟି ତାଙ୍କ ପ୍ରତି ଘଟିଥିବା ଘଟଣା ବାବଦରେ ପଚାରି ବୁଝିଥିଲେ। ପ୍ରଶାସନ ତୁମ ସାଥିରେ ଅଛି । ନଡରି ନିର୍ଭୟରେ ରୁହ ବୋଲି ପୀଡିତଙ୍କ ପରିବାରକୁ କହିଥିଲେ। ଏହା ପରେ ଉପଜିଲ୍ଲାପାଳ ଉମା ଶଙ୍କର ବେହେରା ବାବୁଲା ଓ ବୁଲୁଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ୧୦,୦୦୦ ଲେଖାଏଁ ମୋଟ ୨୦,୦୦୦ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ ।

 ପ୍ରକାଶଯୋଗ୍ୟ ଏହି ଘଟଣାରେ ଧରାକୋଟ ପୁଲିସ ଏକ ମାମଲା ରୁଜୁ କରି ୯ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି । ପୀଡିତ ଦୁଇ ଜଣଙ୍କୁ ଡାକ୍ତରୀ ଚିକିତ୍ସା ପରେ ପୁଲିସ ସୁରକ୍ଷିତ ଭାବରେ ସେମାନଙ୍କ ଗାଁ ସିଙ୍ଗିପୁରରେ ଛାଡିଛି । ବର୍ତମାନ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ଥିବା ଜଣାପଡିଛି । ଏହି ଘଟଣାରେ ସଂପୃକ୍ତ ଥିବା ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଭଞ୍ଜନଗର ଉପଜିଲ୍ଲାପାଳ ଉମା ଶଙ୍କର ବେହେରା କହିଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.