ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

କାଜୁ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ଗଳିତ ଶବ ଉଦ୍ଧାର , ପୋଲିସର ତଦନ୍ତ ଜାରି

କୋକସରା - କାଜୁ ଜଙ୍ଗଲରେ ଜଣେ ଅଜଣା ଯୁବକଙ୍କ ଗଳିତ ଶବ ଉଦ୍ଧାର। କୋକସରା ପୋଲିସର ତଦନ୍ତ ଜାରି ରହିଛି। କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ଝରିଆଗୁଡା ଗ୍ରାମ ନିକଟରେ ଉକ୍ତ ଘଟଣା ଘଟିଛି। 

ଏଠାରେ ଥିବା କାଜୁ ଜଙ୍ଗଲରେ ଆଜି ଜଣେ ଯୁବକଙ୍କ ଗଳିତ ଶବ କାଜୁ ଗଛରେ ଝୁଲନ୍ତା ଅବସ୍ଥାରେ ଥିବାର ଦେଖିବାକୁ ମିଳିଥିଲା। କାଜୁ ସଂଗ୍ରହ କରୁଥିବା କିଛି ଶ୍ରମିକ ଏହା ଦେଖି ସ୍ଥାନୀୟ ଲୋକଙ୍କୁ କହିବା ପରେ କୋକସରା ପୋଲିସକୁ ଖବର ଦିଆଯାଇ ଥିଲା। 

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗଳିତ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ଆଣିଥିବା ବେଳେ, ଗଳିତ ଶବର ପରିଚୟ ମିଳିନାହିଁ। ଏନେଇ କୋକସରା ପୋଲିସ ଏକ ଅପମୃତୁ ମାମଲା ରୁଜୁ କରିବା ସହ ତଦନ୍ତ ଜାରି ରଖି ଥିବା ଜଣାପଡିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.