ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ନିଖୋଜ ହୋଇଥିଲେ ଯୁବକ, ମିଳିଲା ମୃତଦେହ

Published By : Harapriya Sethi | October 30, 2024 11:48 AM

କଟକ, ୩୦/୧୦: ମୁଣ୍ଡଳୀ ବ୍ରିଜ୍ ଉପରୁ ଡେଇଁ ନିଖୋଜ ହୋଇଥିବା ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର । ମୃତକ ତାରିଣୀ ପ୍ରସାଦ ରାଉତ ବୋଲି ମାନସିକ ଚାପ ଲାଗି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । କଟକ ମୁଣ୍ଡଳୀ ଠାରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ତାରିଣୀ ପ୍ରସାଦ ରାଉତ ଅନଲାଇନ୍ ଟ୍ରେଡିଂ ଏବଂ ଗେମ୍‌ରେ ଲକ୍ଷାଲକ୍ଷ ଟଙ୍କା ଲଗାଇଥିଲେ । ଋଣ ବୋଝରେ ରହି ତାଙ୍କ ମାନସିକ ଚାପ ବଢିଥିଲା । ଶେଷରେ ଡିପ୍ରେସନ୍‌ର ଶିକାର ହୋଇ ଯୁବକ ଜଣକ ଏଭଳି ପଦକ୍ଷେପ ନେଇଥିଲେ । ସେ ଗତକାଲି କଟକ ମୁଣ୍ଡଳୀ ବ୍ରିଜ୍‌ ଉପରୁ ଡେଇଁ ନିଖୋଜ ହୋଇଥିଲେ । ବାରଙ୍ଗ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେସନ ଜାରି ରଖିଥିଲେ । ହେଲେ ଯୁବକଙ୍କର କୌଣସି ପତ୍ତା ମିଳିନଥିଲା । ତେବେ ବୁଧବାର ସକାଳୁ ସ୍ଥାନୀୟ ଲୋକେ ଗାଧୋଇବାକୁ ଯାଇଥିବା ବେଳେ ଯୁବକଙ୍କ ମୃତଦେହ ପାଣିରେ ଭାସୁଥିବା ଦେଖିଥିଲେ । ଏହା ଦେଖି ତୁରନ୍ତ ବାରଙ୍ଗ ପୋଲିସକୁ ଖବର ଦେଇଥିଲେ । ପୋଲିସକୁ ଖବର ପାଇ ଉଭୟ ବାରଙ୍ଗ ଅଗ୍ନିଶମ ବାହିନୀ ଓ ବାରଙ୍ଗ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପାଣିରୁ ମୃତଦେହ ଉଦ୍ଧାର କରିଥିଲେ । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.