PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପାରିବାରିକ କଳହକୁ କେନ୍ଦ୍ରକରି ଆତ୍ମହତ୍ୟା କରିଥିବା ସନ୍ଦେହ

ଧର୍ମଶାଳା, ୩୦/୧୨: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଜାରକା ପଞ୍ଚାୟତ ଶବର ସାହିରେ ଏଭଳି ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ସାହିର ଅକ୍ଷୟ ପ୍ରଧାନଙ୍କ ପୁଅ ଦୀପକ ପ୍ରଧାନ।

ସୂଚନାନୁଯାୟୀ, ଶୁକ୍ରବାର ଗାଁ ନିକଟସ୍ଥ ପୋଖରୀ ହୁଡା ଗଛରୁ ଦୀପକଙ୍କୁ ଝୁଲନ୍ତା ଅବସ୍ଥାରେ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ତାଙ୍କୁ ଉଦ୍ଧାର କରି ଧର୍ମଶାଳା ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପାରିବାରିକ କଲହରୁ ଦୀପକ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ସନ୍ଦେହ ହେଉଛି। ଖବର ପାଇ ଜାରକା ବିଟ ହାଉସ ପୋଲିସ ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।