PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

ଜି. ଉଦୟଗିରି, ୦୬/୦୨ : ବରଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଜି. ଉଦୟଗିରି ବ୍ଲକ ଅନ୍ତର୍ଗତ ରଟିଙ୍ଗିଆ ପଞ୍ଚାୟତର ମଧୁଝରି ନିକଟସ୍ଥ ଏକ ବରଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସକାଳୁ ସ୍ଥାନୀୟ ଲୋକେ ଯୁବକଙ୍କୁ ଗଛରେ ଝୁଲୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଥାନା ଅଧିକାରୀ ଅଜୟ କୁମାର ସ୍ୱାଇଁ ଏବଂ ଏସ.ଆଇ ବିନୟ କୁମାର ମହାରଣା ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।

ସୂଚନାନୁଯାୟୀ, ମୃତକ ଜଣକ ହେଲେ କିଲାକିଆ ଗ୍ରାମର ଦୀପକ ସାହୁ (୧୮ ବର୍ଷ)। ଦୀପକ ଏକ ଟେଣ୍ଟ ହାଉସରେ କାମ କରୁଥିଲେ। ରଟିଙ୍ଗିଆକୁ ଏକ ଭୋଜି କାମ ପାଇଁ ସେ ଆସିଥିଲେ। ତେବେ କେଉଁ କାରଣରୁ ସେ ଆତ୍ମହତ୍ୟା କଲେ ସେ ସମ୍ପର୍କରେ କିଛି ଜଣାପଡି ନାହିଁ। ଏହା ଆତ୍ମହତ୍ୟା ବୋଲି ଅନୁମାନ କରାଯାଉଥିବା ବେଳେ ପରିବାର ଲୋକେ ଏହା ଏକ ସୁପରିକଳ୍ପିତ ହତ୍ୟା ବୋଲି ଅଭିଯୋଗ କରିଛନ୍ତି। ଜି. ଉଦୟଗିରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।