କାଜୁ ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ପାଟଣା, ୨୫/୦୫ : କାଜୁ ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। କେନ୍ଦୁଝର ଜିଲ୍ଲା ପାଟଣା ଥାନା ମୂଷାଖୋରୀ କାଜୁ ଜଙ୍ଗଲରୁ ଆଜି ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ଗୋଇଛି। ମୃତକ ଜଣଙ୍କ ହେଉଛନ୍ତି ଧନୁର୍ଯ୍ୟୟପୁର ଗ୍ରାମର ସଞ୍ଜନ ମହାରଣା। ସଞ୍ଜନଙ୍କୁ କେହି ହତ୍ୟା କରି ଝୁଲାଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।