PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ଯୁବକଙ୍କୁ ଖଣ୍ଡାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ବାଲିପାଟଣା, ୦୪/୦୭ : ବାଲିଘାଟକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡାମାଡ଼। ସୋମବାର ସକାଳେ ବାଲିପାଟଣା ଥାନା ମଠସାହି ଠାରେ ଜଣେ ଯୁବକଙ୍କୁ ୪ ଜଣ ଦୁର୍ବୃତ୍ତ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଯୁବକଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ବାଲିପାଟଣା ଥାନା ଝିଣ୍ଟିଶାସନ ଗ୍ରାମର ସୁଧାକର ଜେନା ଆଜି ସକାଳୁ ରାଜସ ମଠସାହି ଠାରେ ଥିବା ବେଳେ ୪ ଜଣ ଯୁବକ ୨ଟି ବୁଲେଟ୍‌ରେ ଆସି ତାଙ୍କ ମୁଣ୍ଡକୁ ଏକ ଖଣ୍ଡାରେ ଚୋଟ ମାରିଥିଲେ। ସୁଧାକରଙ୍କ ମୁଣ୍ଡରେ ଖଣ୍ଡାଟି ଲାଖି ରହିଥିଲା। ତେବେ ଆକ୍ରମଣ କରିବା ପରେ ଦୁର୍ବୃତ୍ତମାନେ ସେଠାରୁ ଫେରାର୍ ହୋଇଯାଇଛନ୍ତି। ସୁଧାକରଙ୍କୁ ଘଟଣାସ୍ଥଳରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ବାଳକାଟି ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କୁ ଭୁବନେଶ୍ଵର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବାଲିଘାଟକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି।