ପ୍ରମୂଖ ଖବର
  • କ୍ରିକେଟର ସବୁ ଫର୍ମାଟକୁ ବାଏ ବାଏ କହିଲେ ପିୟୂଷ ଚାୱଲା
  • ||
  • ଭୁବନେଶ୍ୱର ରେଳ ଭବନ ଠାରେ ଆୟୋଜିତ ନିଯୁକ୍ତି ମେଳାରେ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଅଗଷ୍ଟ ୩ରେ NEET PG, ନୂଆ ତାରିଖ ନେଇ NBEକୁ ସମୟ ଦେଲେ ସୁପ୍ରିମକୋର୍ଟ
  • ||
  • ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ସବୁ ଋତୁରେ ସହଜ ହେବ ଜମ୍ମୁରୁ ଶ୍ରୀନଗର ଯାତ୍ରା
  • ||
  • RBIର ବଡ଼ ଉପହାର; ଶସ୍ତା ହେବ ଘର-ଗାଡି EMI ,୦.୫୦% କମିଲା ରେପୋ ରେଟ୍
  • ||
  • ବ୍ରହ୍ମପୁର: ବଡ଼ବଜାରର ଥାନା ହରିଡ଼ାଖଣ୍ଡି ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଅନୁଗୁଳ: ଜନ୍ତୁ ଶିକାର ବେଳେ ମାଡି ବସିଲା ବନ ବିଭାଗ, ଜଣେ ଗିରଫ, ୩ କିଲୋ ଜିଆଇ ତାର ଜବତ
  • ||
  • ବାରଙ୍ଗ ଷଣ୍ଢପୁର ନିକଟରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ରାସ୍ତାରେ ଏକ ଟ୍ରକ୍ ସହ ଧକ୍କା
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣାରେ ବଡ଼ ଆକ୍ସନ, ଏୟାରପୋର୍ଟରୁ RCB ମାର୍କେଟିଂ ହେଡ୍ ଗିରଫ
  • ||
  • ଅଦିନିଆ ବର୍ଷା କ୍ଷୟକ୍ଷତି ଦାବିରେ ରାସ୍ତା ଅବରୋଧ, କୃଷକ ସଂଗଠନର ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ୯ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲରେ କରିବାକୁ ପଡ଼ିବ ପଞ୍ଜୀକରଣ
  • ||
  • ଇଂଲଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆ, ଶୁଭମନଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍, ବୁମରା ଖେଳିବେ ୩ଟି ଟେଷ୍ଟ
  • ||
  • ବଡ଼ଦେଉଳରେ ରୁକ୍ମିଣୀ ହରଣ ଏକାଦଶୀ ନୀତି, ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ଦର୍ଶନ କଟକଣା
  • ||
  • ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଢିଲା ଟ୍ରମ୍ପ-ମସ୍କ କଳି ; ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଚାହାନ୍ତି ମସ୍କ, କହିଲେ ଜେଡି ଭାନ୍ସଙ୍କୁ ମିଳୁ ରାଷ୍ଟ୍ରପତି ପଦ
  • ||
  • ଜୁନ୍‌ ୧୨ ଆଗରୁ ଫେରିବନି ମୌସୁମୀ : ଆଗକୁ ଆହୁରି ସିଝାଇବ, ଛଟପଟ କରିବ ତାତି, ଲଘୁଚାପ ହିଁଁ ଭରସା
  • ||

ଆମ ସ୍ୱପ୍ନ ପୂରଣ ଦିଗରେ ଯୁବ ଶକ୍ତି ହିଁ ହେବ ମୁଖ୍ୟ ସାରଥି : ମୁଖ୍ୟମନ୍ତ୍ରୀ

Published By : Gurupada Nath | June 5, 2025 8:18 PM

ଭୁବନେଶ୍ୱର,୫/୬ : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଛତ୍ରପୁରଠାରେ ସମୁଦାୟ ୧୨ଟି ଶିଳ୍ପ ପାଇଁ ୨୮ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ କହିଛନ୍ତି ଯେ, ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍ସ ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ସହ ଗଞ୍ଜାମ ଜିଲ୍ଲା ଏବେ ଶିଳ୍ପାୟନ କ୍ଷେତ୍ରରେ ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବାକୁ ଯାଉଛି । ଏହାଦ୍ୱାରା ୧୫ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ ଏବଂ ମେକ୍ ଇନ୍ ଓଡ଼ିଶା ୨୦୨୫ର ଅଭୂତପୂର୍ବ ସଫଳତାର ଶ୍ରେୟ ଏହି ୪ ମାସ ମଧ୍ୟରେ ଆମକୁ ମିଳିଛି । ଆଜି ଗଞ୍ଜାମ ଜିଲ୍ଲା ଶିଳ୍ପ କ୍ଷେତ୍ରରେ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି । ଗଞ୍ଜାମ ଜିଲ୍ଲା ପାଇଁ ସମୃଦ୍ଧିର ଏକ ନୂଆ ରାସ୍ତା ଖୋଲିଛି ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ବକ୍ତବ୍ୟରେ କହିଛନ୍ତି ଯେ, ଆମର କଥା ଓ କାମ ସମାନ । ଓଡ଼ିଶାର ସୁନେଲି ଭବିଷ୍ୟତ ପାଇଁ ଆମେ ଯେଉଁ ଲକ୍ଷ୍ୟ ରଖିଛୁ, ତାହା ନିଶ୍ଚିତ ରୂପେ ପୂରଣ ହେବ । ଯାଜପୁର କଳିଙ୍ଗ ନଗରରେ ୭୦ହଜାର କୋଟି ଟଙ୍କାର ଶିଳ୍ପ ପାଇଁ ଭିତ୍ତି ପ୍ରସ୍ତର ରଖାଯାଇଥିଲା । ଗତକାଲି ଢେଙ୍କାନାଳରେ ୫୦ହଜାର କୋଟି ଟଙ୍କାର ଶିଳ୍ପ ପାଇଁ ଭିତ୍ତି ପ୍ରସ୍ତର ରଖାଯାଇଛି । ଆଉ ଆଜି ଏଠାରେ ପ୍ରାୟ ୩୦ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବାକୁ ଯାଉଛି । ୫ମାସ ମଧ୍ୟରେ ଆମେ ଦେଢ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରିଛୁ ଏବଂ ଏହାଦ୍ୱାରା ପ୍ରାୟ ୯୦ହଜାର ନିଯୁକ୍ତି ସୃଷ୍ଟି ହେବ । 

ସେ କହିଥିଲେ ଯେ, ଓଡ଼ିଶାରେ ଏକ ବନ୍ଦର ଭିତ୍ତିକ ଶିଳ୍ପ ବିକାଶ ପାଇଁ ଆମର ଲକ୍ଷ୍ୟ ରହିଛି । ବର୍ତ୍ତମାନ ଯେଉଁ ୩ଟି ବନ୍ଦର ଅଛି, ତା ବ୍ୟତୀତ ଆଉ ୩-୪ଟି ବନ୍ଦର ମଧ୍ୟ ପ୍ରତିଷ୍ଠା କରାଯିବ। କେନ୍ଦ୍ର ସରକାର ରେଳ ଓ ରାଜପଥ କ୍ଷେତ୍ରରେ ପ୍ରାୟ ଏକ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁରି ଦେଇଛନ୍ତି। ଓଡିଶାରେ ମଧ୍ୟ ଆମେ ୭୫ ହଜାର କିଲୋମିଟର ବିଶ୍ୱସ୍ତରୀୟ ସଡକ ନିର୍ମାଣ କରିବୁ। ଏହା ସହିତ ଅନେକ ଶିଳ୍ପ କରିଡର ମଧ୍ୟ ଗଠନ କରାଯିବ। ଏହା ଦ୍ୱାରା ଶିଳ୍ପ ପ୍ରତିଷ୍ଠା ପାଇଁ ଯାହା ସବୁ ମୌଳିକ ଆବଶ୍ୟକତା ରହିଛି, ତାହା ଓଡିଶାରେ ସମ୍ପୂର୍ଣ୍ଣ ଭାବେ ମିଳିପାରିବ। ସେ ପୁଣି କହିଥିଲେ ଯେ, ଆଗାମୀ ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଯାହା ଆବଶ୍ୟକ, ଆମେ ସେ ସବୁ ଉଦ୍ୟମ କରୁଛୁ। ଆମର ଯୁବଶକ୍ତି ଉପରେ ମୋର ସମ୍ପୂର୍ଣ୍ଣ ଭରସା ରହିଛି। ଆମର ସ୍ୱପ୍ନ ପୂରଣ ଦିଗରେ ଆମର ଯୁବଶକ୍ତି ହିଁ ହେବ ମୁଖ୍ୟ ସାରଥି। ଶିଳ୍ପ କ୍ଷେତ୍ରରେ ନିଯୁକ୍ତି ପାଇଁ ଦକ୍ଷତା ଆବଶ୍ୟକ। ତେଣୁ ଯୁବ ବର୍ଗ ଯେପରି ଦକ୍ଷ ହେବେ, ଆଧୁନିକ ଶିଳ୍ପ କ୍ଷେତ୍ରରେ ନିଯୁକ୍ତି ପାଇଁ ଯୋଗ୍ୟ ହେବେ, ସେଥିପାଇଁ ଆମେ ଆମର ୱାର୍ଲ୍ଡ ସ୍କିଲ ସେଣ୍ଟରର 4ଟି କେନ୍ଦ୍ର ପ୍ରତିଷ୍ଠା କରିବୁ । ଆଧୁନିକ ଦକ୍ଷତା ପାଇଁ ଆମେ ସିଙ୍ଗାପୁରର ITEES ସହିତ ପାର୍ଟନରସିପ୍ କରିଛୁ। ସବୁ ITI ଗୁଡିକର ଉନ୍ନତିକରଣ କରାଯାଇ ସେଥିରେ ଆଧୁନିକ ସ୍କିଲ୍ ଶିକ୍ଷା ଦିଆଯିବ। 

ଏହି  କାର୍ଯ୍ୟକ୍ରମରେ ଖଣି ମନ୍ତ୍ରୀ  ବିଭୁତି ଭୁଷଣ ଜେନା, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସମେତ ଆସ୍କା ସାଂସଦ ଅନିତା ଶୁଭଦର୍ଶିନୀ ଓ ସମସ୍ତ ବିଧାୟକ ଗଣ ମଂଚାସୀନ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ, ଡକ୍ଟର ପ୍ରଦୀପ କୁମାର ପାଣିଗ୍ରାହୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.