PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ରବିବାର ରାଶିଫଳ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ, ସେହି ଅନୁପାତରେ ଖର୍ଚ୍ଚ ଅଧିକ ହେବ

ମେଷ: ଘାତବାର ଓ ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧିପାଇବ ଏବଂ ଗୁରୁଜନଙ୍କ କୃପା ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ପ୍ରାପ୍ତ କରିବେ ।ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଉପକୃତ ହେବେ ।ଶୁଭରଙ୍ଗ-ଲାଲ୍‌, ସଂଖ୍ୟା: ୩, ଆରାଧନା: ମା’ ବଗଳାମୁଖୀ ।


ବୃଷ: ଅଷ୍ଟମ ଚନ୍ଦ୍ରଯୋଗୁ ମନରେ ଅସ୍ଥିରତା ଓ ବିରକ୍ତି ଭାବପ୍ରକାଶ ପାଇବ ।ଚାଲିଚଳନ ବ୍ୟବହାର ବିବାଦୀୟ ହେବ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେବ ତା’ଠାରୁ ଅଧିକ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ ।ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ଶାରୀରିକ ପୀଡ଼ା ଭୋଗିବେ ।ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସତର୍କହେବେ ।ଶୁଭରଙ୍ଗ: ଧଳା, ସଂଖ୍ୟା: ୪, ଆରାଧନା: ମା’ ଗାୟତ୍ରୀ ।


ମିଥୁନ: ସପ୍ତମଚନ୍ଦ୍ର, ସପ୍ତମୀତିଥି ଓ ସୌଭାଗ୍ୟ ଯୋଗ ହେତୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁରହେବ । ଆମୋଦ ପ୍ରମୋଦ, ମଉଜ ମସ୍ତିିରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଆଗ୍ରହ ଓ ଦୁର୍ବଳତା ପ୍ରକାଶ ପାଇବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କ ଠାରୁ ଧନପ୍ରାପ୍ତି ହେବ ।ଯେଉଁମାନଙ୍କର ପୁର୍ନ ବସୁମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୮, ଆରାଧନା – ପ୍ରଭୁ ନାରାୟଣ ।


କର୍କଟ: ରୋଗ, ଋଣ ଓ ଶତ୍ରୁ ଏଥିରୁ କିଛିମାତ୍ରାରେ ମୁକ୍ତି ମିଳିବ ଏବଂ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣେଇବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କର ପ୍ରିୟଭାଜନ ହେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିଯିବ ।ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧, ଆରାଧନା: ମା’ ସମଲେଶ୍ୱରୀ ।


ସିଂହ: ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧିପାଇବ ଏବଂ ବାକ୍‌ ବିଚକ୍ଷଣତା ପ୍ରକାଶପାଇବ ।ପିତାମାତାଙ୍କ କୃପା ଲାଭ କରିବେ ଏବଂ ପୈତୃକ ସମ୍ପତ୍ତିରେ ଥିବାବିବାଦର ସମାଧାନ ହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ପୁରାତନ ବନ୍ଧୁଙ୍କ ସହଯୋଗପ୍ରାପ୍ତ କରିବେ ।ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ଭଗବାନ ଶିବ ।


କନ୍ୟା: ଚତୁର୍ଥ ଚନ୍ଦ୍ରଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିବେ ।ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ ।ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସତର୍କହେବେ ।ଶୁଭରଙ୍ଗ: ସବୁଜ, ସଂଖ୍ୟା: ୧୨, ଆରାଧନା: ମା’ ତ୍ରିପୁର ସୁନ୍ଦରୀ ।


ତୁଳା: ଘାତଚନ୍ଦ୍ର ଯୋଗୁ ପରିବାରରେ ବିବାଦ, ଭାଇଭଉଣୀଙ୍କ ସହମତାନ୍ତର ଏବଂ ସମସ୍ତକର୍ମରେ ବ୍ୟତିକ୍ରମ ଦେଖାଦେବ । ମନ ଅସ୍ଥିର ଓ ବିଷାଦ ଗ୍ରସ୍ତରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେବତା’ଠାରୁ ଅଧିକ ବଦ୍‌ଖର୍ଚ୍ଚହେବ ଏବଂ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ।ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସତର୍କହେବେ ।ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀରାମ ।


ବିଛା: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ସମସ୍ତକର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଭାବପ୍ରକାଶ ପାଇବ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ ।ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ପ୍ରଭୁସ୍କନ୍ଦ ।
ଧନୁ: ଶ୍ରୀଚନ୍ଦ୍ର, ଶ୍ରୀୟଂ ଦଦ୍ୟାତ୍‌ ଅର୍ଥାତ୍‌ ଶ୍ରୀଚନ୍ଦ୍ରରେ ଧନ, ମାନ, ସମ୍ମାନ, ଖ୍ୟାତି, ସୁଖାତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ ଓ ଲକ୍ଷ୍ମୀଙ୍କର କୃପା

ଆପଣଙ୍କ ଉପରେ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ପରିବାରରେ ସୁଖ, ଶାନ୍ତିର ପରିବେଶ ରହିବ । ମନ ପ୍ରଫୁଲ୍ଲ ରହିବ ଏବଂ ସ୍ୱାସ୍ଥ୍ୟଉତ୍ତମ ରହିବ ।ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୨, ଆରାଧନା: ମା’ ଧୂମାବତୀ ।


ମକର: ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବଢ଼ିବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠହୋଇ ଋଣ କରିବାକୁ ପଡ଼ିପାରେ ।ସମସ୍ତକର୍ମରେ ଭୁଲ୍‌ ନିଷ୍ପତ୍ତି ନେବେଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷାବ୍ୟୟ ଅଧିକ ରହିବ ଏବଂ ଆର୍ଥିକ ସ୍ଥିତି ଦୋହଲିଯିବ ।ଯେଉଁମାନଙ୍କର ଶ୍ରବଣାମକର ସେମାନେ ସତର୍କହେବେ ।ଶୁଭରଙ୍ଗ: କଳା, ସଂଖ୍ୟା: ୧୧, ଆରାଧନା : ମା’ ଦୁର୍ଗା ।


କୁମ୍ଭ: ଘାତଚନ୍ଦ୍ର ଯୋଗୁ ଆର୍ଥିକ ସ୍ଥିତି ଓ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରିପାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବାରେ ବିଫଳ ହେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶଟଙ୍କା ହେବ ଏବଂ ଧନକୁ ନେଇବିବାଦ ଦେଖାଦେବ । ଯେଉଁମାନଙ୍କର ଶତ ଭିଷାକୁମ୍ଭ ସେମାନେ ସତର୍କ ହେବେ ।ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା : ୬, ଆରାଧନା: ମା’ ଚଣ୍ଡୀ ।


ମୀନ: ସୁଖବର, ସୁସମ୍ବାଦ ମିଳିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସରହିବ ।କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଏବଂ ସେଥିରେ ସଫଳତା ପାଇବା ପାଇଁ ଉଦ୍ୟମ ଜାରିରଖିବେ ।ସମସ୍ତକର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ ଏବଂ ଅନୁଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଉଚିତ୍‌କର୍ମରେ ଆଗ୍ରହ ରଖିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ।ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ ସେମାନେ ଉପକୃତହେବେ ।ଶୁଭରଙ୍ଗ: ଧଳା, ସଂଖ୍ୟା : ୯, ଆରାଧନା: ପ୍ରଭୁଶ୍ରୀଜଗନ୍ନାଥ ।