ମେଷ : ଘାତବାର ଓ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ମା’ କମଳା ।

ମିଥୁନ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ, ବନ୍ଧୁାବାନ୍ଧବଙ୍କ ସହାୟତା ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା: ମା’ ଛିନ୍ନମସ୍ତା ।

କର୍କଟ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମିୟକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍ ରହିବ । ଠିକ୍ ନିମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଏକାଦଶ ଚନ୍ଦ୍ର, ରବିବାର, ତୃତୀୟା ତିଥି ଏବଂ ସକାଳ ୬ଟା ୧୩ ମିନିଟ୍ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ ଓ ଧନର ସତ୍ବିନିଯୋଗ କରିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ: ଧଳା, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଘାତଚନ୍ଦ୍ର ଯୋଗୁ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମରୁ ବିଚ୍ୟୁତ ହୋଇପାରନ୍ତି । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କତା ଅବଲମ୍ବନ କରିବେ ।

ଶୁଭ ରଙ୍ଗ : ସବୁଜ ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତଭେଦ ଅଥବା ତାଙ୍କଠାରୁ ଅପମାନ ମିଳିପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ବିଛା : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଧନ ବ୍ୟୟ କରିବେ ଏବଂ ପରିବାର ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା :୭, ଆରାଧନା : ମା’ ତାରା ।

ମକର : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୨, ଆରାଧନା : ମା’ ଦୁର୍ଗା ।

କୁମ୍ଭ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିବା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତିର ପ୍ରୟୋଗରେ ଅସଫଳ ହେବେ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ସେମାନଙ୍କ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଓ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ପାରିବାରିକ ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩